﻿ଯିହୋଶୂୟ.
12.
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। 
ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ 
ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ। 
ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା, 
ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ। 
ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। 
ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ 
ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି; 
ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା 
ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ; 
ଯର୍ମୂତର ରାଜା, ଏକ; ଲାଖୀଶ୍‍ର ରାଜା, ଏକ; 
ଇଗ୍ଲୋନ୍‍ର ରାଜା, ଏକ; ଗେଷରର ରାଜା, ଏକ; 
ଦବୀରର ରାଜା, ଏକ; ଗେଦରର ରାଜା, ଏକ; 
ହର୍ମାର ରାଜା, ଏକ; ଅରାଦର ରାଜା, ଏକ; 
ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ; 
ମକ୍କେଦାର ରାଜା, ଏକ; ବେଥେଲ୍‍ର ରାଜା, ଏକ; 
ତପୂହର ରାଜା, ଏକ; ହେଫରର ରାଜା, ଏକ; 
ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ; 
ମାଦୋନର ରାଜା, ଏକ; ହାସୋରର ରାଜା, ଏକ; 
ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ; 
ତାନକ୍‍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ; 
କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ; 
ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ; 
ତିର୍ସାର ରାଜା, ଏକ; ସର୍ବସୁଦ୍ଧା ଏକତିରିଶ ରାଜା। 
