﻿ଆୟୁବ.
25.
ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, 
“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 
ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ? 
ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ? 
ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି; 
ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?” 
